୧୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଆଜି ଠାରୁ ୫ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ପ୍ରବଳ ବର୍ଷା ନେଇ ୪ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୧ଟି ଜିଲାକୁ ୟେଲୋ ୱାର୍ଣ୍ଣିିଂ ଜାରି କରାଯାଇଛି । ଅରେଞ୍ଜ ୱାର୍ଣ୍ଣିଂ ଜିଲା ଗୁଡ଼ିକ ହେଲା ଗଞ୍ଜାମ, ପୁରୀ, କନ୍ଧମାଳ ଓ ଗଜପତି । ଏହି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୟେଲୋ ୱାର୍ଣ୍ଣି ଜାରି କରାଯାଇଥିବା ଜିଲା ଗୁଡ଼ିକ କୋରାପୁଟ, ରାୟଗଡ଼ା, ଖୋର୍ଦ୍ଧା, ବୌଦ୍ଧ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, କଳାହାଣ୍ଡି ଓ ଭଦ୍ରକ । ଏହି ସବୁ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Share

Leave a Reply

Your email address will not be published. Required fields are marked *

10 − 5 =