ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର ()ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା। ଫଳରେ ଆହୁରି ଅଧିକ ବର୍ଷା ହୋଇପାରେ। ବିଶେଷକରି ୫ ଦିନ ଧରି ଓଡ଼ିଶାରେ ବର୍ଷା ଲାଗି ରହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆନ୍ଧ୍ର ଉପକୂଳ ସଂଲଗ୍ନ ପଶ୍ଚିମ ବଙ୍ଗୋସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆଗାମୀ ଦୁଇ ଦିନ ଭିତରେ ଏହା ଲଘୁଚାପରେ ପରିଣତ ହୋଇ ପଶ୍ଚିମ କେନ୍ଦ୍ରୀୟ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଦେଇ ଏହା ଓଡିଶା ଉପକୂଳମୁହାଁ ହେବ । ଏହାର ପ୍ରଭାବରେ ଆଗାମୀ ୫ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଗଞ୍ଜାମ, ପୁରୀ, କନ୍ଧମାଳ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ତେଣୁ ଏହି ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି କୋରାପୁଟ, ରାୟଗଡା, ଖୋର୍ଦ୍ଧା, ବୌଦ୍ଧ, ନୟାଗଡ, ଜଗତସିଂହପୁର, କେନ୍ଦ୍ରାପଡା, ସମ୍ବଲପୁର, କଳାହାଣ୍ଡି ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହିସସବୁ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ସମ୍ଭାବ୍ୟ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲା ପ୍ରଶାସନକୁ ସତର୍କ କରାଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

eight + 10 =