୧୦ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପ ରୂପ ନେଇଛି । ଏହି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ୬ ତାରିଖ ଯାଏଁ ଲାଗି ରହିବ ବର୍ଷା । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ । ବିଶେଷ କରି ଉତ୍ତର ଓ ଉପକୂଳ ଜିଲ୍ଲାଗୁଡିକରେ ବର୍ଷା ଲାଗିରହିବ । ସେହି ଅଞ୍ଚଳଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ପ୍ରବଳ ବର୍ଷାର ସମ୍ଭାବନା ଥିବା ଜିଲ୍ଲାଗୁଡିକ ହେଉଛି-ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଓ ଅନୁଗୁଳ ।

Share

Leave a Reply

Your email address will not be published. Required fields are marked *

2 × 2 =