୧୧ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର () ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ଦାନା ବାନ୍ଧୁଛି । ଅକ୍ଟୋବର ୯ରେ ଏକ ଲଘୁଚାପରେ ପରିଣତ ହେବା ସହ ୧୦ ତାରିଖରେ ଅବପାତ ରୂପ ନେବା ପ୍ରଭାବରେ ୧୧ ତାରିଖଠାରୁ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ । ଉପକୂଳ ଓଡ଼ିଶାରେ ଘଣ୍ଟା ପ୍ରତି ୪୫ ରୁ ୫୫ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଯେଉଁମାନେ ଗଭୀର ସମୁଦ୍ରରେ ରହିଛନ୍ତି ସେମାନେ ୧୦ ତାରିଖ ରାତି ସୁଦ୍ଧା ଉପକୂଳକୁ ଫେରି ଆସିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ୧୧ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଏହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା ,ଗଞ୍ଜାମ, ପୁରୀ, କନ୍ଧମାଳ, ଖୋର୍ଦ୍ଧା, ଜଗତସିଂହପୁର, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Share

Leave a Reply

Your email address will not be published. Required fields are marked *

10 + four =