ପ୍ରବଳ ବର୍ଷିବ, ସତର୍କ ରୁହ ଏହି ସବୁ ଜିଲ୍ଲା

ଭୁବନେଶ୍ୱର()   ଆସନ୍ତା ୧୯ ତାରିଖ ଦିନ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।  କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।  ଲଘୁଚାପ ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଅନ୍ୟପକ୍ଷରେ ଏବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ଲଗାଣ ବର୍ଷା ।  ଏଭଳି ସ୍ଥିତି ଆହୁରି ୨୪ ଘଂଟା ଯାଏଁ ଲାଗି ରହିବ ବୋଲି ଆକଳନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଆଜି ଢ଼େଙ୍କାନାଳ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଳାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ପାଂଚଟି ଜିଲ୍ଲାରେ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ, ନୟାଗଡ, ଦେବଗଡ ଓ ଅନୁଗୁଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

 

Share

Leave a Reply

Your email address will not be published. Required fields are marked *

one + 7 =