ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ ।ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସମ୍ଭାବନା ରହିଛି । ଫଳରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି । ତେଣୁ ଏହି ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅପରପକ୍ଷେ ଲଘୁଚାପ ପ୍ରଭାବରେ ଅନ୍ୟ ଜିଲ୍ଲାଗୁଡିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା ପରାମର୍ଶ ଦେଇଛନ୍ତି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଓ ତଳିଆ ଅଞ୍ଚଳରେ ଜଳବନ୍ଦୀ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ବ୍ୟତୀତ ଧୀବରମାନଙ୍କୁ ୧୯ରୁ ୨୨ ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ଏହାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ଜିଲ୍ଲାପାଳମାନଙ୍କୁ ଏସଆରସି କହିଛନ୍ତି ।

Share

Leave a Reply

Your email address will not be published. Required fields are marked *

eleven − eight =