୨୪ ଘଂଟା ଏହି ସବୁ ଜିଲ୍ଲାରେ ବର୍ଷା

ଭୁବନେଶ୍ୱର () ଦକ୍ଷିଣ-ପଶ୍ଚିମ ରାଜସ୍ଥାନ, ଉତ୍ତର ଛତିଶଗଡ ଓ ଉତ୍ତର ମଧ୍ୟପ୍ରଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ  ଆଜି ଏବଂ ଆସନ୍ତାକାଲି ରାଜ୍ୟର ବିଭାନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ସ୍ଥାନେ ସ୍ଥାନେ ୩୦ରୁ ୪୦ କିମି ବେଗରେ ପବନ ବହିବ। ଏହାପରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଏଥିପାଇଁ ୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବ। ୧୬ ଓ ୧୭ ତାରିଖରେ କେନ୍ଦ୍ରୀୟ, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ୧୮ ତାରିଖଠାରୁ ପାଗରେ ପରିବର୍ତ୍ତନ ଆସିବ। ବର୍ଷା ପୁଣି ବଢ଼ିବ ବୋଲି ଆକଳନ କରାଯାଇଛି।

Share

Leave a Reply

Your email address will not be published. Required fields are marked *

twenty + 2 =