୨୩ ପର୍ଯ୍ୟନ୍ତ ଘଡଘଡି ସହ ବର୍ଷା

ଭୁବନେଶ୍ବର()  ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବ। ଏହି ସମୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ପବନର ବେଗ ସର୍ବାଧିକ ୪୦ରୁ ୫୦ କିଲୋମିଟର ମଧ୍ୟରେ ରହିବ। ବିଜୁଳି, ଘଡ଼ଘଡ଼ିର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିଯୋଗୁଁ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାକୁ ବାଦ୍ ଦେଇ ବାକି ଜିଲ୍ଲାଗୁଡ଼ିକରେ ତାପମାତ୍ରା କମିବ। ଆଜି ମଧ୍ୟ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ସମେତ ବଲାଙ୍ଗୀର, ନବରଙ୍ଗପୁର, ବାଲେଶ୍ବର, ଅନୁଗୁଳ, କେନ୍ଦୁଝର, ରାୟଗଡ଼ା, କନ୍ଧମାଳ, ବାରିପଦା, ନୂଆପଡ଼ା, କୋରାପୁଟ, ଢେଙ୍କାନାଳ ଆଦି ଅଞ୍ଚଳରେ କାଳବୈଶାଖୀ ବର୍ଷା ହୋଇଥିବା ଜଣାଯାଇଛି।

Share

Leave a Reply

Your email address will not be published. Required fields are marked *

five + three =