ରାଜ୍ୟରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା

ଭୁବନେଶ୍ବର : ଆଜିଠାରୁ ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର। ଏଥିପାଇଁ ଅଧିକାଂଶ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ସୂଚନା ଦେଲା ପାଣିପାଗ ବିଭାଗ । ଯାଜପୁର, ବାଲେଶ୍ୱର, ମୟୁରଭଞ୍ଜ, କେଉଁଝର, ଢେଙ୍କାନାଳ, ଅନୁଗୁଳ, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଦ, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗିର ଏବଂ କଳାହାଣ୍ଡି ଆଦି ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଆକଳନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହା ସହିତ ଗଞ୍ଜାମ, କନ୍ଧମାଳ, ଅନୁଗୁଳ, ଯାଜପୁର, ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷାର ଅନୁମାନ କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲା ମାନଙ୍କରେ ଘଣ୍ଟାକୁ ୫୦ କିଲୋମିଟର ବେଗ ପର୍ଯ୍ୟନ୍ତ ପବନ ବହିପାରେ । ଏଥିପାଇଁ ସବୁ ଜିଲ୍ଲାର ଜିଲ୍ଲପାଳମାଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ଅନ୍ୟପଟେ ଭଦ୍ରକ ଜିଲ୍ଲା ବାସୁଦେବପୁର ଅଞ୍ଚଳରେ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେହିପରି କରଞ୍ଜଅଡ଼ଇା ଗାଁରେ ବଜ୍ରାଘାତରେ ଘର ଜଳିଯିବା ସହ ଜଣେ ଗୁରୁତର ହୋଇଛନ୍ତି।

Share

Leave a Reply

Your email address will not be published. Required fields are marked *

ten + five =