୧୪ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ କାର୍ୟ୍ୟାଳୟ ପକ୍ଷରୁ ରାଜ୍ୟର ୧୪ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।
ଏହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ସୁବର୍ଣ୍ଣପୁର,ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ କଳାହାଣ୍ଡି । ଏହି ୧୪ଟି ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ହେବାର ଅଧିକ ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି ।

Share

Leave a Reply

Your email address will not be published. Required fields are marked *

14 − thirteen =