୪ ଦିନ ପର୍ୟ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର() ଆସନ୍ତା ୪ ଦିନ ପର୍ୟ୍ୟନ୍ତ କାଳବୈଶାଖୀର ସମ୍ଭାବନା ଥିବାରୁ ତାପମାତ୍ରା ଅପରିବର୍ତ୍ତିତ ରହିବ। ଅନ୍ୟପଟେ ୧୦ ତାରିଖରେ ବଡ଼ ଧରଣର କାଳବୈଶାଖୀ ହେବାର ଆଶଙ୍କା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଏହା ଜନିତ କ୍ଷୟକ୍ଷତି ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାଗୁଡ଼ିକୁ ‘ଅରେଞ୍ଜ ୱାର୍ଣ୍ଣିଂ’ ଜାରି କରାଯାଇଛି।

ଆସନ୍ତା ୪ ଦିନ ପର୍ୟ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ହେବ। ଏହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ ଓ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଆଜି ଉପକୂଳ ଓଡ଼ିଶା ସମେତ ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ କନ୍ଧମାଳ ଆଦି ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ୧୦ ତାରିଖ ଦିନ କିନ୍ତୁ ରାଜ୍ୟର ୭ଟି ଜିଲ୍ଲାରେ କାଳବୈଶାଖୀର ବିତ୍ପାତ ଦେଖିବାକୁ ମିଳିବ। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦କିମି ପର୍ୟ୍ୟନ୍ତ ପହଞ୍ଚିବ।

Share

Leave a Reply

Your email address will not be published. Required fields are marked *

nine + 14 =