୧୯ଟି ଜିଲ୍ଲାରେ ପବନ ସହ ବିଜୁଳି, ଘଡ଼ଘଡ଼ି ଓ ଝଡ଼ବର୍ଷା

ଭୁବନେଶ୍ବର () ଆଜି ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଫଳରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବୁଧବାର ଉତ୍ତର ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ପବନର ବେଗ ମଧ୍ୟ ଅଧିକ ରହିବ । ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବାବେଳେ କିଛି କିଛି ସ୍ଥାନରେ ଏହାଠାରୁ ଅଧିକ ରହିବ।

ତେବେ ଗଞ୍ଜାମ ସହ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେଇପାରେ । ଏଥିସହ ୧୯ଟି ଜିଲ୍ଲାରେ ପବନ ସହ ବିଜୁଳି, ଘଡ଼ଘଡ଼ି ଓ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Share

Leave a Reply

Your email address will not be published. Required fields are marked *

5 + 15 =