୯ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର() ଆଜି ଏବଂ ଆସନ୍ତାକାଲି ରାଜ୍ୟରେ କାଳବୈଶାଖୀ ବର୍ଷା ହେବ। ଆଜି ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ‌ହେବା ସହ ଆସନ୍ତାକାଲି କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବରରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। କେନ୍ଦ୍ର ପକ୍ଷରୁ ଏହି ୯ଟି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେପଟେ ଆସନ୍ତା ୮ରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ପୂର୍ବରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୧୦ ତାରିଖ ଆଡ଼କୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସହ ଓଡ଼ିଶାକୁ ପ୍ରବେଶ କରିବ ମୌସୁମୀ। ଆଞ୍ଚଳିକ ପାଣିପାଗ ବିଜ୍ଞ‌ାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଲା‌ଗି ରହିବ।

Share

Leave a Reply

Your email address will not be published. Required fields are marked *

sixteen − eight =