୧୨ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ଆସନ୍ତା ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଆଜିଠାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ପରିମାଣ ବଢ଼ିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ସେହିପରି ଆସନ୍ତାକାଲିଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ । ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ । ୨୧ ତାରିଖ ପର୍ୟ୍ୟନ୍ତ ଏଭଳି ସ୍ଥିତି ଜାରି ରହିବାକୁ ଥିବାରୁ ଅର୍ଧାଧିକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମୌସୁମୀ ସକ୍ରିୟ ରହିଥିବାରୁ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି ।

Share

Leave a Reply

Your email address will not be published. Required fields are marked *

3 × three =