ଆଜିଠୁ ପ୍ରବଳ ବର୍ଷିବ

ଭୁବନେଶ୍ୱର () ଆଜିଠୁ ରାଜ୍ୟରେ ବର୍ଷା ବଢ଼ିବ । ଆସନ୍ତା ୩ ରୁ ୪ଦିନ ରାଜ୍ୟରେ ବର୍ଷା ଅଧିକ ରହିବ । ବିଶେଷକରି ଉତ୍ତର ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷିବ । ବେଶି ବର୍ଷା ହେବ ୨୦ ଓ ୨୧ ତାରିଖରେ । ଉପକୂଳ ଓଡ଼ିଶାରେ ବର୍ଷା ପରିମାଣ କମ୍‌ ରହିବ ।

ପାଣିପାଗ ବିଭାଗ କହିଛି, ଝାଡ଼ଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି । ଏହା ପ୍ରଭାବରେ ମୌସୁମୀ ଏବେ ସକ୍ରିୟ ରହିବ। ତେଣୁ ଆଜିଠୁ ବର୍ଷା ପରିମାଣ ବଢ଼ିବ । ଶନିବାର ରାଜ୍ୟର ଅନେକ ଜାଗାରେ ବର୍ଷା ହୋଇପାରେ । ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ଆଶଙ୍କା ଅଛି । ୨୦ ତାରିଖରେ ବର୍ଷା ପରିମାଣ ଆହୁରି ବଢ଼ିବ । ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ । ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, ବରଗଡ଼ରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଅଛି । ସୋନପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ ।

Share

Leave a Reply

Your email address will not be published. Required fields are marked *

17 − one =