୬ ଜିଲ୍ଲା ସତର୍କ ରୁହ

ଭୁବନେଶ୍ୱର :  ଆସନ୍ତା ଦୁଇଦିନ ରାଜ୍ୟରେ ଅଧିକ ବର୍ଷା ହେବ । ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ଏହି ସମୟରେ ଉପକୂଳ ଓଡ଼ିଶାରେ ବର୍ଷା ପରିମାଣ କମ୍‌ ରହିବ ।

ପାଣିପାଗ ବିଭାଗ କହିଛି, ରବିବାର ରାଜ୍ୟରେ ବର୍ଷା ପରିମାଣ ଅଧିକ ରହିବ । ଅଧିକାଂଶ ଜାଗାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହୋଇପାରେ । ବରଗଡ଼, ବଲାଙ୍ଗିର, ସୋନପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡ଼ାର କେତେକ ଜାଗାରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଅଛି । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ୍‌ ୱାର୍ଣ୍ଣିଂ ଲାଗୁ କରାଯାଇଛି । ସୁନ୍ଦରଗଡ଼, ଦେବଗଡ଼, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କଟକ, ଅନୁଗୁଳର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୋମବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜାଗାରେ ବର୍ଷା ହେବ । କେତେକ ଜାଗାରେ ପ୍ରବଳ ବର୍ଷା ହୋଇପାରେ । ମଙ୍ଗଳବାରଠାରୁ ବର୍ଷା ପରିମାଣ କମିଯିବ ।

Share

Leave a Reply

Your email address will not be published. Required fields are marked *

nineteen − ten =