୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଉତ୍ତର-ପୂର୍ବ ମଧ୍ୟପ୍ରଦେଶରୁ ଉତ୍ତର -ମଧ୍ୟ ମହାରାଷ୍ଟ୍ର ପର୍ଯ୍ୟନ୍ତ ସୃଷ୍ଟି ହୋଇଛି ଏକ ଟ୍ରଫ୍‌ ଲାଇନ୍‌। ଏହାର ପ୍ରଭାବରେ ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା।

ରାଜ୍ୟର ଅଧିକାଂଶ ସ୍ଥାନରେ ହେବ ବର୍ଷା। ଯାହା ଫଳରେ କନ୍ଧମାଳ, ରାୟଗଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ , ବୌଦ୍ଧ, ଗଞ୍ଜାମ ଓ ଗଜପତି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜୁଲାଇ ୧ରୁ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share

Leave a Reply

Your email address will not be published. Required fields are marked *

4 + eight =