୫ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର()  ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଛି । ଏହା ପ୍ରଭାବରେ ଆଗାମୀ ୫ଦିନ ଯାଏଁ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ସୂଚନା ମୁତାବକ ଜୁଲାଇ ୮ ଓ ୯ତାରିଖରେ ରାଜ୍ୟର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ଏଥି ସହିତ ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ସେହିପରି ଜୁଲାଇ ୧୦ ତାରିଖ ଆଡ଼ୁକ ବର୍ଷାର ପରିମାଣ ବଢ଼ିବା ନେଇ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

three × three =