୨ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର() ଏବେ ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ କିମ୍ବା ଟ୍ରଫଲାଇନ୍‌ ସମ୍ଭାବନା ନାହିଁ । ତେଣୁ ରାଜ୍ୟରେ ବର୍ତ୍ତମାନ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ । କିନ୍ତୁ ଆସନ୍ତା ଦୁଇଦିନ ରାଜ୍ୟର ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ ।

ପାଣିପାଗ ବିଭାଗ କହିଛି, ଶୁକ୍ରବାର ରାଜ୍ୟର କେତେକ ଜାଗାରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ଅଛି । ମାଲକାନଗିରି, କୋରାପୁଟ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁରରେ ଘଡ଼ଘଡ଼ି ସହ ଅସରାଏ ବଡ଼ ବର୍ଷା ହୋଇପାରେ । ଆସନ୍ତା ଦୁଇଦିନ ଏଭଳି ପାଗ ରହିବ । ତା’ ପରଦିନ ବର୍ଷା ପରିମାଣ ଆହୁରି କମିଯିବ ।

Share

Leave a Reply

Your email address will not be published. Required fields are marked *

10 − five =