୧୩ ଜିଲ୍ଲା ସତର୍କ ରୁହ

ଭୁବନେଶ୍ୱର()  ଆଗାମୀ ୧୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବର୍ଷା ଓ ବଜ୍ରପାତକୁ ନେଇ ୧୩ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୩ଜିଲ୍ଲା ଗୁଡ଼ିକ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗିର, ନବରଙ୍ଗପୁର, ଦେବଗଡ଼, କଳାହାଣ୍ଡି, କନ୍ଧମାଳ ଓ ବୌଦ୍ଧ ।

ସେପଟେ ଆସନ୍ତା ଅଗଷ୍ଟ ୪ ସୁଦ୍ଧା ଉତ୍ତର ବଙ୍ଗୋପ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯଦି ଲଘୁଚାପ ସୃଷ୍ଟି ହୁଏ ତେବେ ଦକ୍ଷିଣ ପଶ୍ଚିମ ମୌସୁମୀକୁ ଅଧିକ ସକ୍ରିୟ କରିବାରେ ସହାୟକ ହେବ । ସେହିପରି ଲଘୁଚାପ ଆସୁଥିଲେ ହେଁ ଅଗଷ୍ଟ ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ମୌସୁମୀ ବର୍ଷା ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

5 + twenty =