୧୨ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ଉତ୍ତର ବଙ୍ଗୋପସାଗରରେ ଆଜି ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ତିନି ଦିନ ଧରି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହାସହ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ଢ଼େଙ୍କାନାଳ, ଯାଜପୁର ଓ କଳାହାଣ୍ଡିରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ସେହିପରି ମାଲକାନଗିରି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

 

Share

Leave a Reply

Your email address will not be published. Required fields are marked *

2 + 19 =