ଦୁଇ ଦିନ ପ୍ରବଳ ବର୍ଷା, ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ଆସନ୍ତା ୯ ତାରିଖରେ ଉତ୍ତର ବଙ୍ଗୋ‌ପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହା ପ୍ରଭାବରେ ୯ ଓ ୧୦ ତାରିଖ ଦିନ ପ୍ରବଳରୁ ଅତି ପ୍ରବଳ ବ‌ର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାର ଜିଲ୍ଲାମାନଙ୍କରେ ଅଧିକ ବର୍ଷା ହେବ ବୋଲି ସୂଚନା ମିଳିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌. ଆର୍‌ ବିଶ୍ବାସ କହିଛନ୍ତି, ୯ ତାରିଖ ଦିନ କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ ଓ ସୋନପୁରରେ ପ୍ରବଳରୁ ଅତିପ୍ରବଳ ଏବଂ ନୂଆପଡ଼ା, ନବରଙ୍ଗପୁର, ସମ୍ବଲପୁର, କୋରାପୁଟ, ଗଞ୍ଜାମ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ୧୦ ତାରିଖ ଦିନ ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ଏବଂ କୋରାପୁଟ, ରାୟଗଡ଼ା, ବୌଦ୍ଧ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Share

Leave a Reply

Your email address will not be published. Required fields are marked *

12 + fifteen =