୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର()  ଆଜି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହାରି ପ୍ରଭାବରେ ଆଗାମୀ ୪ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ଓ ବଜ୍ରପାତକୁ ନେଇ ଆସନ୍ତା ୨୪ଘଣ୍ଟା ପାଇଁ ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଦୁଇ ଜିଲ୍ଳା କୋରାପୁଟ ଓ ମାଲକାନଗିରି । ସେହିପରି ୧୦ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୦ଜିଲ୍ଲାଗୁଡ଼ିକ ହେଉଛି ଗଞ୍ଜାମ, ପୁରୀ, ଗଜପତି, ଜଗତସିଂହପୁର, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ସମ୍ବଲପୁର ଓ ଦେବଗଡ଼ । ଏହାସହ ଆଗାମୀ ଦୁଇ ଦିନ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ମାଛ ମାରିବାକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

10 − three =