୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ  ଜାରି

ଭୁବନେଶ୍ବର () ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୧୯ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏପଟେ ଏବେ ବି ସକ୍ରିୟ ରହିଛି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଅନେକ ସ୍ଥାନରେ ବନ୍ୟା ସ୍ଥିତି । ବର୍ଷା ଅହୁରି ୨ ଦିନ ହେବ ।

ଆସନ୍ତା ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ  ଜାରି କରିଛି ପାଣିପାଗ କେନ୍ଦ୍ର। ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବଲାଙ୍ଗୀର, ଝାରସୁଗୁଡା, ନୂଆପଡା, କେନ୍ଦୁଝର, ସୁନ୍ଦରଗଡ, ଯାଜପୁର, ମାଲକାନଗିରିରେ ସତର୍କ ସୂଚନା ଜାରି କରାଯାଇଛି

ସେହିପରି କେନ୍ଦ୍ରାପଡ଼ା, କଟକ, ଯାଜପୁର, ଭଦ୍ରକ, ଢେଙ୍କାନାଳ, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗୀର ଜିଲ୍ଲାର କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Share

Leave a Reply

Your email address will not be published. Required fields are marked *

twenty + 8 =