ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ୱର() ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କାରଣରୁ କାଲି ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଧୀରେ ଧୀରେ ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ତେବେ ୧୯ ତାରିଖ ପାଇଁ ୧୨ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେଥିରେ ସାମିଲ ରହିଛି –ବରଗଡ, ସୁନ୍ଦରଗଡ, ସମ୍ବଲପୁର, ଦେଓଗଡ, ଝାରସୁଗୁଡା, କେନ୍ଦୁଝର,ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡା ।

ସେହିପରି ୨୦ ତାରିଖ ପାଇଁ ୧୨ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଥିବା ବେଳେ ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ କରାଯାଇଛି । ଅରେଞ୍ଜ ୱାର୍ଣ୍ଣିଂରେ ସମ୍ବଲପୁର, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ସମ୍ବଲପୁର, କଟକ, କେନ୍ଦ୍ରାପଡ. ଯାଜପୁର, ଭଦ୍ରକ ବଲାଙ୍ଗିର ସୋନପୁର ଓ କେନ୍ଦୁଝର ରହିଥିବା ବେଳେ ୟେଲୋ ୱାର୍ଣ୍ଣିଂରେ ରହିଛି- ମୟୂରଭଞ୍ଜ, ବାଲେଶ୍ୱର, ଝାରସୁଗୁଡା, ବରଗଡ, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି ଓ କୋରାପୁଟ । ତେବେ ଅନୁଗୁଳ, ଦେଓଗଡ ଓ ସମ୍ବଲପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Share

Leave a Reply

Your email address will not be published. Required fields are marked *

16 − 4 =