୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର() ରାଜ୍ୟରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଲାଗି ରହିଥିଲା । ଏବେ ଦୁଇ ଦିନ ହେବ ପାଗ ଟିକେ ଶୁଖିଲା ଥିବା ବେଳେ ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୫ଜିଲ୍ଲାଗୁଡ଼ିକ ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ । ପ୍ରବଳ ବର୍ଷା ନେଇ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ  ଜାରି କରାଯାଇଛି । ଏହାସହ ରାଜ୍ୟରେ ଆଜିଠାରୁ ୨୭ ତାରିଖ ଯାଏଁ ପ୍ରବଳ ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସେହିପରି ଆଜି ମଧ୍ୟ ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୮ଜିଲ୍ଲା ଗୁଡ଼ିକ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ମୟୁରଭଞ୍ଜ , କେନ୍ଦ୍ରାପଡ଼ା, ଜଗତସିଂହପୁର ।

Share

Leave a Reply

Your email address will not be published. Required fields are marked *

16 − 15 =