ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର()  ରାଜ୍ୟ ଏବେ ଦୁଇ ଦିନ ଶୁଖିଲା ପାଗ ଥିବା ବେଳେ ସେପ୍ଟେମ୍ବର ୧ରୁ ୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେପ୍ଟେମ୍ବର ୧ରେ ୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୪ଜିଲ୍ଲାଗୁଡ଼ିକ ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର । ଏହି ସବୁ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବ । ଏହାସହ ୧ତାରିଖ ଦିନ ଦୁଇ ଜିଲ୍ଲା ଯଥା କେନ୍ଦୁଝର ଓ ମୟୁରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ସେପ୍ଟେମ୍ବର ୨ରେ ୭ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୭ଜିଲ୍ଲା ଗୁଡ଼ିକ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । 

Share

Leave a Reply

Your email address will not be published. Required fields are marked *

18 − thirteen =