ଆସୁଛି ଆଉ ଏକ ଲଘୁଚାପ, ୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର() ଦୁଇ ଦିନର ବୀରତି ପରେ ଆଜି ଠାରୁ ପୁଣି ବର୍ଷିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ପଶ୍ଚିମ ମଧ୍ୟପ୍ରଦେଶରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପୁଣି ବର୍ଷିବାର ସମ୍ଭାବନା ରହିଛି। ୯ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିସବୁ ଜଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଗଜପତି ଜିଲ୍ଲା। କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାକୁ ମଧ୍ୟ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର ଓ ମୟୂରଭଞ୍ଜର କିଛି ସ୍ଥାନରେ ପ୍ରବଳ ବର୍ଷିବ ବୋଲି ଆକଳନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ। । ୧ ତାରିଖରେ ୮ ଜିଲ୍ଲା ପାଇଁ ପାଣିପାଗ ବିଭାଗ ତରଫରୁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

twenty − 4 =