୯ ତାରିଖ ଯାଏଁ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର() ୯ ତାରିଖ ଯାଏଁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସମ୍ଭାବନା । ତେବେ ୨୪ ଘଣ୍ଟା ପର୍ୟ୍ୟନ୍ତ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାସହ ଘଡ଼ଘଡ଼ି ମଧ୍ୟ ମାରିପାରେ। ଏନେଇ ସୂଚନା ଦେଇଛନ୍ତି ଆଂଚଳିକ ପାଣିପାଗ କେନ୍ଦ୍ର । ଆଜି ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାରେ ଝଡ଼ତୋଫାନ ସହ ବର୍ଷା ହେବାର ସମ୍ଭାବନା ରହିଛି। ବଜ୍ରପାତ ମଧ୍ୟ ମାରିପାରେ।

Share

Leave a Reply

Your email address will not be published. Required fields are marked *

five + 18 =