୫ ଜିଲ୍ଲାକୁ ସତର୍କ ସୂଚନା

୫ ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କ ସୂଚନା । ଆଜି ରାତି ସୁଦ୍ଧା ରାଜ୍ୟର ଗଜପତି, ଗଂଜାମ, ରାୟଗଡା, କେରାପୁଟ ଓ କନ୍ଧମାଳର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସମସ୍ତ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହଠାତ୍ ପାଗରେ ପରିବର୍ତ୍ତନ ହେବା ସହ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଆରମ୍ଭ ହୋଇଯିବ। ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବାକୁ ଜାରି ସତର୍କ ସୂଚନାରେ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

Share

Leave a Reply

Your email address will not be published. Required fields are marked *

five + ten =