୧୧ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା

ଭୁବନେଶ୍ବର ()  ଆଜି ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ୧୧ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ରହିଛି ।ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦କିମି ରହିପାରେ ବୋଲି ସୋମବାର ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଅନୁଗୁଳ, କେନ୍ଦୁଝର, ଢ଼େଙ୍କାନାଳ, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର ଓ କଟକ ରହିଛି। ଏହି ଜିଲ୍ଲାର କେତେକ ସ୍ଥାନରେ ସନ୍ଧ୍ୟାରେ ବିଜୁଳି ଓ ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି। ଏନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

Share

Leave a Reply

Your email address will not be published. Required fields are marked *

19 + nineteen =