୨୪ ଘଂଟା ଭିତରେ ନେବ ଲଘୁଚାପର ରୂପ

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଂଟା ଭିତରେ ଏହା ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ଉପୂକଳ ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ସମ୍ଭାବନା ନେଇ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । କେତେକ ସ୍ଥାନରେ ଘଡଘଡି ସହ ବର୍ଷା ମଧ୍ୟ ହୋଇପାରେ । ଆସନ୍ତା ୪୮ ଘଂଟା ପର‌୍ୟ୍ୟନ୍ତ ସମୂଦ୍ରକୁ ନଯିବାକୁ ମତ୍ସଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।
ସୂଚନାଯୋଗ୍ୟ ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବାକୁ ଯାଉଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ଅ ପ୍ରବଳର ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଏକ ବୁଲେଟିନ ଜାରି କରିଛି ।
ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ପୁରୀ ଓ ଗଞ୍ଜାମରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି । ୩୦ ତାରିଖରେ ବାଲେଶ୍ୱର ଓ ଭଦ୍ରକରେ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଆକଳନ କରିଛି । ଆସନ୍ତା ଅକ୍ଟୋବର ୩୧ ଯାଏ ରାଜ୍ୟରେ ବର୍ଷାର ପ୍ରଭାବ ଅନୁଭୂତ ହେବ । ମେଘୁଆ ପାଗ ଯୋଗୁଁ ଓଡ଼ିଶାକୁ ଶୀତ ଫେରିବାକୁ ଆଉ ସପ୍ତାହେ ବିଳମ୍ବ ଘଟିବ ବୋଲି ପୂର୍ବାନୁମାନ କରାଯାଇଛି।

Share

Leave a Reply

Your email address will not be published. Required fields are marked *

five × 2 =