୧୫ଟି ଜିଲ୍ଲାକୁ ସତର୍କ ସୂଚନା

ରାଜ୍ୟର ୧୫ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସନ୍ଧ୍ୟା ୫ଟା ୧୫ ମିନିଟ୍ ମଧ୍ୟରେ ରାଜ୍ୟର ୧୫ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୂଆପଡ଼ା, ସୋନପୁର, ବରଗଡ଼, ବୌଦ୍ଧ, ନୟାଗଡ଼, ଅନୁଗୁଳ, ଝାରସୁଗୁଡ଼ା ଏବଂ ଢେଙ୍କାନାଳ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Share

Leave a Reply

Your email address will not be published. Required fields are marked *

1 + 19 =