୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର()  ରାଜ୍ୟର କିଛି ଜିଲ୍ଲାରେ ଧୂଳିଝଡ଼ ସହିତ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଜିଲ୍ଲା ଗୁଡ଼ିକ ହେଉଛି- ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି।

ଅନ୍ୟପକ୍ଷରେ ଦୁଇ ଦିନର କୋହଲା ପାଗ ପରେ ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ପୁଣି ପ୍ରଚଣନ୍ତ ଖରା ସହ ଗୁଳୁଗୁଳି ହୋଇଥିଲା। ଗତକାଲି ରାଜ୍ୟର ୯ଟି ସହରର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ଛୁଇଁଥିଲା।

Share

Leave a Reply

Your email address will not be published. Required fields are marked *

2 × 4 =