୮ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର()  ଉତ୍ତର ଓ ଉପକୂଳ ଓଡିଶା ସମେତ କେନ୍ଦ୍ରୀୟ ଓଡିଶାରେ ପ୍ରବଳ ବର୍ଷା ଲାଗି ରହିଛି । ଲଘୁଚାପ ଆଢୁକା ଘନୀଭୂତ ହେଉଥିବାରୁ ଆସନ୍ତା ୪୮ ଘଣ୍ଟା ପର୍ୟ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ହୋଇପାରେ । ଏଥିପାଇଁ ଆଜି ୮ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ସମ୍ବଲପୁର, ଦେବଗଡ଼, ସୁବର୍ଣ୍ଣପୁର, ଅନୁଗୋଳ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଢେଙ୍କାନାଳ । ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତା ସହ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

Share

Leave a Reply

Your email address will not be published. Required fields are marked *

nineteen − 14 =