ଆହୁରି ୨୪ଘଣ୍ଟା ଜାରି ରହିବ ପ୍ରବଳ ବର୍ଷା

ଭୁବନେଶ୍ବର()   ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲମାର୍କ ଲୋ ପ୍ରେସରର ରୂପ ନେଇଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଅତିପ୍ରବଳ ବର୍ଷା ହୋଇଥିବା ବେଳେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଝିପିଝିପି ବର୍ଷା ଲାଗି ରହିଛି।

ସେପଟେ ରାଜ୍ୟର ୧୯ ଜିଲ୍ଲାକୁ ବର୍ଷା ସତର୍କତା ଜାରି କରିଛି ପାଣିପାଗ ବିଭାଗ । ୧୯ଟି ଜିଲ୍ଲା ହେଲା ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଅନୁଗୋଳ, ଢେଙ୍କାନାଳ, ନୟାଗଡ, କନ୍ଧମାଳ, ବୌଦ୍ଧ, ସମ୍ବଲପୁର, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା । ୨୪ ଘଣ୍ଟା ମଧ୍ୟରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା  ସହ  ଘଡଘଡି  ସମ୍ଭାବନା ରହିଛି ।

Share

Leave a Reply

Your email address will not be published. Required fields are marked *

sixteen − six =