ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର()  ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ହେଉଛି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷିବ । ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ତେବେ ୭ ଓ ୮ ତାରିଖରେ ବର୍ଷାର ପରିମାଣ କମ୍ ରହିବ। ତେବେ ୯ ଓ ୧୦ ତାରିଖରେ ବର୍ଷାର ପରିମାଣ ବଢ଼ିପାରେ। ସେହିପରି ଆସନ୍ତା ୪୮ ଘଣ୍ଟା ପର୍ୟ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୟରେ ସମୁଦ୍ର ଅଶାନ୍ତ ରହିବ ଓ ଉପକୂଳ ଓଡିଶାରେ ଘଂଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବି ବହିପାରେ । ତେଣୁ ବଙ୍ଗୋପସାଗର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରିଛି ଭାରତୀୟ ପାଣିପାଗ ବିଭାଗ ।

Share

Leave a Reply

Your email address will not be published. Required fields are marked *

one × 2 =