ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର()  ଆସନ୍ତା ୧୨ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ସେଥିପାଇଁ ରାଜ୍ୟରେ ୪ ଦିନ ଧରି ବର୍ଷା ଲାଗି ରହିବ । ବିଶେଷ କରି ଉପକୂଳ ଓଡ଼ିଶାରେ ଏହାର ସର୍ବାଧିକ ପ୍ରଭାବ ରହିବ । ମୌସୁମୀ ସକ୍ରିୟ ହେବାକୁ ଥିବାରୁ ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ଖୋର୍ଧା, ପୁରୀ, ନୟାଗଡ଼, କଟକ, ଯାଜପୁର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।

Share

Leave a Reply

Your email address will not be published. Required fields are marked *

two + twelve =