୮ଟି ଜିଲ୍ଲାରେ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର()  ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ରାଜ୍ୟର ୮ଟି ଜିଲ୍ଲାରେ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୪ ଘଣ୍ଟା ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।

ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ ଓ ପୁରୀ ଆଦି ସାମିଲ ରହିଥିବା ବେଳେ ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ବୌଦ୍ଧ, ସୋନପୁର, ସମ୍ବଲପୁର, ବରଗଡ଼ ଓ କଟକ ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Share

Leave a Reply

Your email address will not be published. Required fields are marked *

18 + 17 =