୧୭ରେ ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା

ଆସନ୍ତା ୧୭ରେ ଓଡ଼ିଶାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ। ଉତ୍ତର ଓଡ଼ିଶାରେ କିନ୍ତୁ ପ୍ରବଳ ବର୍ଷା ଲାଗିରହିବ। ଏହାକୁ ଦୃଷ୍ଟିରେ ରଖି ୧୭ ତାରିଖ ପାଇଁ ରାଜ୍ୟରେ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ। ସ୍ଥିତି ଉପରେ ଦୃଷ୍ଟି ରଖିବାକୁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦିଆଯାଇଛି ।

ଆସନ୍ତା ୨୪ ଘଣ୍ଟା ପର୍ୟ୍ୟନ୍ତ ଦକ୍ଷିଣ ଓଡ଼ିଶା ଯଥା କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଓ ଖୋର୍ଧାରେ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୬ ତାରିଖରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ହେଲେ ବାଲେଶ୍ବର, ଭଦ୍ରକ, ଖୋର୍ଧା, ନୟାଗଡ଼ ସମେତ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲକା ବର୍ଷା ହୋଇପାରେ।

୧୭ ତାରିଖ ସକାଳୁ ସାରା ରାଜ୍ୟରେ କୋହଲା ପାଗ ଲାଗିରହିବ। ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ଆଶଙ୍କା ରହିଛି। ଏହି ସମୟରେ ଉତ୍ତର ଓଡ଼ିଶା ସମେତ ଖୋର୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ, ଜିଲ୍ଲାରେ ଝଡ଼ବର୍ଷା ହୋଇପାରେ। ହେଲେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ ଓ ଢେଙ୍କାନାଳର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ।

Share

Leave a Reply

Your email address will not be published. Required fields are marked *

1 × 3 =