ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର() ଓଡ଼ିଶା, ଛତିଶଗଡ଼ ଓ ଝାଡ଼ଖଣ୍ଡ ଉପରେ ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି । ବିଶେଷ କରି ଆସନ୍ତା ୧୪ ତାରିଖ ପର୍ୟ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି ଅନୁଗୋଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ପରି ୮ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Share

Leave a Reply

Your email address will not be published. Required fields are marked *

two × 2 =