୨୩ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର() ଆସନ୍ତା ୨୩ ତାରିଖଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ବିଶେଷକରି ମାଲକାନଗିରି, କୋରାପୁଟ, ଗଞ୍ଜାମ, ପୁରୀ, କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁର ଜିଲ୍ଲାରେ ବର୍ଷା ପରିମାଣ ଅଧିକ ରହିବ। ପରଦିନ ଅର୍ଥାତ ୨୪ ତାରିଖରେ ମଧ୍ୟ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

ସେପଟେ ୨୨ ତାରିଖରେ ରାଜ୍ୟର କିଛି ସ୍ଥାନରେ ଘଡଘଡି ହେବାର ସମ୍ଭାବନା ରହିଛି । ତାସହ ଆଜି ଗଞ୍ଜାମ, ରାୟଗଡ଼ା, ଖୋର୍ଧା, କଟକ, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

Share

Leave a Reply

Your email address will not be published. Required fields are marked *

20 − eight =