୨୫ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର() ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ଘନିଭୂତ ହୋଇଛି । ଏହାର ପ୍ରଭାବରେ ଆଜିଠାରୁ ବର୍ଷା ଆରମ୍ଭ ହୋଇଯାଇଛି ା ଆସନ୍ତା ଦୁଇ ଦିନ ଯାଏଁ ସାରା ରାଜ୍ୟ ପୁଣି ବର୍ଷାରେ ଭିଜିବ । ୨୫ ଯାଏଁ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି । ଆଜି ଗଜପତି, ଗଞ୍ଜାମ, ରାୟଗଡା, ପୁରୀ, କନ୍ଧମାଳ, ନୟାଗଡ, ନୂଆପଡା ଓ ବଲାଙ୍ଗିରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ଉପରୋକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖାଯାଇଛି ।

Share

Leave a Reply

Your email address will not be published. Required fields are marked *

15 − 2 =