୧୧ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର() ବର୍ଷା ନେଇ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ରାଜସ୍ୱ ବିଭାଗର ଚିଠି । ଆଜି ଠାରୁ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ସମ୍ଭାବନା ରହିଛି । ଆଜି ସୁନ୍ଦରଗଡ,ଝାରସୁଗୁଡା ଆଦି ୧୧ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଏବଂ ଉପକୂଳର କିଛି ଜିଲ୍ଲାରେ ବର୍ଷା ହେବ । ଅମଳ ଧାନକୁ ଘରକୁ ନେଇ ଆସିବାକୁ ଚାଷୀମାନଙ୍କୁ ପରାମର୍ଶ । ତାସହ ଗୃହହୀନଙ୍କୁ ଆଶ୍ରୟ ଦେବାକୁ ସ୍କୁଲ କୋଠା ଖୋଲିବାକୁ ନିଦେ୍ର୍ଧଶ ।

ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ସମ୍ୱଲପୁର, ଅନୁଗୋଳ ଓ ମୟୂରଭଞ୍ଜ ଜିଲ୍ଲାରେ ସ୍ୱଳ୍ପ ଓ ମଧ୍ୟମ ଧରଣର ବର୍ଷା ହେବ। କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

Share

Leave a Reply

Your email address will not be published. Required fields are marked *

three × four =