୩୦ ପର୍ୟ୍ୟନ୍ତ ବର୍ଷା

ଭୁବନେଶ୍ୱର() ଆସନ୍ତାକାଲିଠୁ ରାଜ୍ୟରେ କେତେକ ସ୍ଥାନରେ ବର୍ଷା ସମ୍ଭାବନା । ୩୦ ତାରିଖ ପର୍ୟ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

୨୮ତାରିଖରୁ ଉତ୍ତର ଓଡ଼ିଶାର ସମସ୍ତ ଜିଲ୍ଲା ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବ। ଏପରିକି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଅଛି । ୨୮ତାରିଖରେ କଟକ, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ବି ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ୨୯ରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡ଼ାର କେତେକ ସ୍ଥାନରେ ବର୍ଷା ହୋଇପାରେ। ଏହାପରେ ପାଗ ବଦଳିବ। ଆଜି ପାଇଁ ସୋନପୁର ଓ ବଲାଙ୍ଗୀରରେ ପ୍ରବଳ ଥଣ୍ଡା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Share

Leave a Reply

Your email address will not be published. Required fields are marked *

5 × 1 =