୧୦ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର()  ଆଜିଠାରୁ ଉତ୍ତର ଓ ଦକ୍ଷିଣ ଓଡିଶାର କେତକ ସ୍ଥାନରେ ଘଡଘଡି ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଏହି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ହେଲା କଟକ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଝାରସୁଗୁଡା, ମୟୂରଭଞ୍ଜ, କେନ୍ଦୁଝର ।

ଦୁଇ ଦିନ ଧରି ଏସବୁ ଜିଲ୍ଲାର କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ୨୯ ତାରିଖ ପରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ ଓ ସକାଳେ ଘନ କୁହୁଡି ଦେଖାଦେବ ବୋଲି ପାଣିପାଗ କାର୍ୟ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

14 + 17 =