ଆଜିଠାରୁ ୩ ଦିନ ଲାଗିରହିବ ବର୍ଷା

ଭୁବନେଶ୍ୱର() ଆଜିଠାରୁ ୩ ଦିନ ଧରି କେତେକ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଅଧିକ ଥଣ୍ଡା ହେବ ନାହିଁ। ଗୋଟିଏ ଦୁଇଟି ସ୍ଥାନରେ କୋହଲା ପାଗ ରହିପାରେ। ତେବେ ଫେବ୍ରୁଆରି ୩ ବେଳକୁ ପାଗରେ ସାମାନ୍ୟ ପରିବର୍ତନ ଆସିବ।

ଆଜି ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁରରେ ଘଡ଼ଘଡ଼ି ସହ ବଜ୍ରପାତ ହେବ। ଏଥିସହ ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, କେନ୍ଦୁଝର, ଯାଜପୁର, ଭଦ୍ରକ, ଢେଙ୍କାନାଳ, କନ୍ଧମାଳ, ସୋନପୁର ଓ ବଲାଙ୍ଗୀର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବ। ତାହାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Share

Leave a Reply

Your email address will not be published. Required fields are marked *

four × three =