କୋହଲା ପାଗ ସାଙ୍ଗକୁ ଘୂର୍ଣ୍ଣିଝଡ ସମ୍ଭାବନା

ଭୁବନେଶ୍ୱର() ଆସନ୍ତା ୬ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷା ଲାଗିରହିବ। କୋହଲା ପାଗ ସାଙ୍ଗକୁ କେତେକ ସ୍ଥାନରେ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ଏନେଇ ଆଜି ସୂଚନା ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଲଗାତାର ୩ ଦିନ ଧରି ରାତିର ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରି ପର୍ୟ୍ୟନ୍ତ ବଢ଼ିବ ଏବଂ ଥଣ୍ଡା କମିବ। ଦିନ ସମୟରେ କୋହଲା ପାଗ ରହିବ। ଆଜି ଏବଂ କାଲି ଉପକୂଳ ଓଡ଼ିଶା ସମେତ ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, ସୋନପୁର, ବୌଦ୍ଧ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘୂର୍ଣ୍ଣିଝଡ଼ ସହ ହାଲୁକା ବର୍ଷା ହୋଇପାରେ ।

ତେବେ ୫ ଓ ୬ ତାରିଖରେ ଉପକୂଳ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଅଳ୍ପ କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ତେଣୁ ସତର୍କତା ଅବଲମ୍ବନ କରିବାକୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି।

Share

Leave a Reply

Your email address will not be published. Required fields are marked *

two × two =