୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷା ଆଶଙ୍କା

ଆଜିଠୁ ଆସନ୍ତା ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷା ଓ ଘଡ଼ଘଡ଼ି, ବଜ୍ରପାତ ଆଶଙ୍କା । ୨୪ ଘଣ୍ଟା ପାଇଁ ୮ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେହିପରି ଘଡ଼ଘଡ଼ି ଓ ବଜ୍ରପାତ ଆଶଙ୍କା ଥିବା କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତା ୫ଦିନ ଯାଏ ସର୍ବୋଚ୍ଚ ତାପମାତ୍ରାରେ ବଡ଼ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସରୁ ଅଧିକ ରହିପାରେ । ସେହିପରି ଆଉ କିଛି ସ୍ଥାନରେ ସ୍ୱାଭାବିକ ତାମପାତ୍ରାର ଠାରୁ ୨ରୁ ୩ ଡିଗ୍ରି ସେଲସିୟସ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

1 × 5 =