ଆସନ୍ତା କାଲି ଠାରୁ ବର୍ଷା ସମ୍ଭାବନା

ଖରାରୁ ମିଳିବ ତ୍ରାହି । ଆସନ୍ତାକାଲିଠୁ ବର୍ଷା ସମ୍ଭାବନା । ୨୧ରୁ ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ବଙ୍ଗୋପାସାଗରରୁ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ରାଜ୍ୟକୁ ପ୍ରବେଶ ବୃଦ୍ଧି ସମ୍ଭାବନା ରହିଛି । ତେଣୁ ଆଗାମୀ ୪-୫ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି । ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସିବା ଦ୍ୱାରା କିଛି ଅଞ୍ଚଳରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ । ଆସନ୍ତାକାଲି ଗଞ୍ଜାମ, ଗଜପତି, ରାୟଗଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
ସେହିପରି ୨୨ ତାରିଖରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ମାମଲକାନଗିରି, କୋରାପୁଟ, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ବାଲେଶ୍ୱରରେ ବର୍ଷା ସମ୍ଭାବନା ରହିଛି । ୨୨ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Share

Leave a Reply

Your email address will not be published. Required fields are marked *

9 − two =